ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକ ଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ନୀତି। ଫାଲଗୁନ-କୃଷ୍ଣ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ଏଥିପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହାପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ ।

ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର କରାଯାଇଥାଏ । ବନକ ଲାଗି ନୀତି ସମାପନ ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.