ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ମାର୍ଗଶୀର ଶୁକ୍ଲ ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହମନାଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ । ଶ୍ରୀଜିଉମାନଙ୍କ ବନକ ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।