ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ । ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ । ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ ।

ଆହୁରି ପଢନ୍ତୁ : ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ