ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ଆସନ୍ତାକାଲି ବୁଧବାର ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୪ରୁ ରାତ୍ର ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।

ପୁରୀ (କେନ୍ୟୁଜ): ଆସନ୍ତାକାଲି ବୁଧବାର ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୪ରୁ ରାତ୍ର ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।

ଖବର ଅନୁଯାୟୀ, ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.