ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ। ଏହି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଅପରାହ୍ନରେ ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ପୁରୀ (କେନ୍ୟୁଜ): ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ। ଏହି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଅପରାହ୍ନରେ ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ଖବର ଅନୁଯାୟୀ, ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ । ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ଅନୁଷ୍ଠିତ ହେଲା ବେଳକୁ ଅପରାହ୍ନ ହୋଇଥାଏ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ହେବବ । ତେବେ ଆସନ୍ତାକାଲି ମହାପ୍ରଭୁଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.