Below header

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ।

ପୁରୀ (କେନ୍ୟୁଜ): ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ସେଥିପାଇଁ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.