ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

 

 

ଆହୁରି ପଢନ୍ତୁ : ଆଜିଠୁ ଖଣ୍ଡଗିରିରେ କୁମ୍ଭମେଳା: ସାଧୁସନ୍ଥଙ୍କ ସମାଗମ, ବେଦପାଠରେ କମ୍ପିବ ପରିବେଶ

You might also like