Below header

ଆଜି ହେବ ଶ୍ରୀଜିଉଙ୍କ ବନକଲାଗି

ପୁରୀ : ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ଅନୁଷ୍ଠିତ ହେବ। ଏଥିପାଇଁ ୪ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚଚନା ଦିଆଯାଇଛି। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବିଭିନ୍ନ ପ୍ରାକୃତିକ ଦ୍ରବ୍ୟ ଯଥା ହିଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଶ୍ରୀମୁଖକୁ ଚିତ୍ରିତ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.