Below header

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ।

ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.