ରାଜ୍ୟ

ଆଜିଠୁ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା, ଦ୍ବାପର ଯୁଗକୁ ଫେରିଯିବ ବରଗଡ଼

ବରଗଡ଼ (କେନ୍ୟୁଜ): ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ମହାରାଜ କଂସଙ୍କ ଅଟ୍ଟହାସ୍ୟରେ ପ୍ରକମ୍ପିତ ହେବ ବରଗଡ଼ ସହର । ଆରମ୍ଭ ହେବ ବିଶ୍ବର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ବରଗଡ଼ ଧନୁଯାତ୍ରା ମହୋତ୍ସବ । ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ଧନୁଯାତ୍ରା । ୫ ହଜାରରୁ ଉର୍ଦ୍ଧ୍ବ କଳାକାର ସାମିଲ ହେବେ । ସନ୍ଧ୍ୟା ୭ଟାରେ ବରଗଡ଼ ଲୋକସଭା ସାଂସଦ ସୁରେଶ ପୂଜାରୀ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଆନୁଷ୍ଠାନିକ ଭାବେ ହେବ ଉଦଘାଟନ କରିବେ।

ଅପରାହ୍ନ ସାଢେ ୨ଟାରୁ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ ହେବ । ବରଗଡ଼ ସହର ସ୍ଥିତ ଗାନ୍ଧୀ ଛକ ଠାରୁ ମା’ ସମଲେଶ୍ଵରୀ ମନ୍ଦିର ପର୍ଯ୍ୟନ୍ତ ଯିବ ସାଂସ୍କୃତିକ ଶୋଭାଯାତ୍ରା । ସାଢେ ୫ଟାରେ ମା’ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ସାଂସ୍କୃତିକ ଶୋଭାଯାତ୍ରା ହାଟପଦା ସ୍ଥିତ ରାଜ ଦରବାରରେ ପହଞ୍ଚିବ। ୧୧ ଦିନ ବରଗଡ଼ ସହର ମଥୁରା ନଗରୀରେ ପରିଣତ ହେବ । ମହାରାଜା କଂସଙ୍କ ଅଟ୍ଟହାସ୍ୟରେ ପ୍ରକମ୍ପିତ ହେବ।

ସେପଟେ ଦ୍ବାପର ଯୁଗଖୁ ଫେରିଯିବ ବରଗଡ଼ । ନାଟକ ପାଇଁ ପାଇଁ ସହରର ବିଭିନ୍ନ ଅଞ୍ଚଳ ପାଲଟିଯିବ ଦ୍ବାପର ଯୁଗର ଭୂଇଁ । ବରଗଡ଼ ପାଲଟିବ ମଥୁରାନଗରୀ, ଅମ୍ବାପାଲି ହେବ ଗୋପପୁର। ବରଗଡ଼-ଅମ୍ବାପାଲି ମଧ୍ୟ ଦେଇ ପ୍ରବାହିତ ଜୀରାନଦୀ ପାଲିଟିବ ଯମୁନା ନଦୀ । ମଥୁରାନଗରୀରେ ଚାଲିବ ମହାରାଜ କଂସଙ୍କ ରାଜୁତି । କଂସଙ୍କ ନିର୍ଦ୍ଦେଶରେ ଶାସିତ ହେବ ମଥୁରା । କୃଷ୍ଣ ବଳରାମ ଓ ଗୋପୀ ଗୋପାଳଙ୍କ ବାଲ୍ୟଲୀଳାରେ ଉତ୍ସବମୁଖର ହୋଇ ଉଠିବ ଗୋପପୁର । ଯମୁନା ନଦୀର ମାନ୍ୟତା ପାଇବ ଜୀରା ନଦୀ । ଧନୁଯାତ୍ରା ପାଇଁ ଉତ୍ସବ ମୁଖର ସାରା ବରଗଡ଼ ଜିଲ୍ଲା ।

Barsha

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

16 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

19 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

26 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି, ଡାକ୍ତର କଲେ ମୃତ ଘୋଷଣା

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

28 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

1 hour ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago