ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲା: ସେପ୍ଟେମ୍ୱର ୭ରେ ହେବ ଆବେଦନ ଶୁଣାଣି

କଟକ (କେନ୍ୟୁଜ): ହାଇକୋର୍ଟରେ ବର୍ଷା-ଅନୁଭବଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଘୁଞ୍ଚିଲା । ଆସନ୍ତା ୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଧାର୍ଯ୍ୟ କରିଛନ୍ତି । କଟକ ଫ୍ୟାମିଲି କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ସୂଚନା ଥାଉକି, ଗତ ମାସରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଥିଲେ ଅନୁଭବ । ଦୁଇଦିନ ଧରି ଚାଲିଥିଲା ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ।

ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ନିଜେ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଥିଲେ । ଏହି ସମୟରେ ପତ୍ନୀ ବର୍ଷାଙ୍କ ଉଦ୍ଦେଶ୍ୟରେ ଶ୍ରୀମଦ୍ ଭଗବତ ଗୀତା ପ୍ରଦାନ କରିଥିଲେ ସାଂସଦ ଅନୁଭବ ମହାନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.