ଖାଦ୍ୟ ଅନ୍ୱେଷଣରେ ଜନବସତି ମୁହାଁ ଭାଲୁ, ବିଦ୍ୟୁତ ତାର ଲାଗି ଗଲା ଜୀବନ

ମାଲକାନଗିରି : ବିଦ୍ୟୁତ ତାର ଲାଗି ଗଲା ଭାଲୁର ଜୀବନ । ମାଲକାନଗିରି ଜିଲ୍ଲା mv17 ଗାଁ ରେ ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଏକ ମାଈ ଭାଲୁର ମୃତ୍ୟୁ ହୋଇଛି । ବନ ବିଭାଗର କର୍ମଚାରୀ ପହଞ୍ଚି ଭାଲୁର ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।
ଗତକାଲି ରାତିରେ ଭାଲୁଟି ଖାଦ୍ୟ ଅନ୍ୱେଷଣରେ ଆସି ଜନବସତି ମୁହାଁ ହୋଇଥିଲା । ଏହି ସମୟରେ ମାଲକାନଗିରି ବ୍ଲକ MV-17 ନମ୍ବର ଗାଁର ଶିବ ମନ୍ଦିର ନିକଟ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଭାଲୁଟି ଆସିଯାଇଥିଲା । ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିଲା । ଆଜି ସକାଳେ ସ୍ଥାନୀୟ ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ।ଭାଲୁଟି ଖାଦ୍ୟ ଅନ୍ୱେଷଣରେ ଆସି ଜନବସତି ମୁହାଁ ହୋଇଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶ ଆସିଯାଇଥିବା ସନ୍ଦେହ କରାଯାଉଛି। ତେବେ ଭାଲୁର ମୃତ୍ୟୁ ନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।