ରାଜ୍ୟ

୬ ମାସ ମଧ୍ୟରେ ଘଟଗାଁ ମା ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ କରାଯିବ: 5T ସଚିବ

କେନ୍ଦୁଝର(କେନ୍ୟୁଜ୍): ବଦଳିବ ଘଟଗାଁ ମା ତାରିଣୀ ମନ୍ଦିରର ରୂପରେଖ । ରାଜ୍ୟ ସରକାରଙ୍କ ଅନୁଦାନରେ ୬ ମାସ ମଧ୍ୟରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ କରାଯିବ। ଏନେଇ ୭ ଦିନ ମଧ୍ୟରେ ଅନୁଦାନ ରାଶି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 5T ସଚିବ ଭି.କେ ପାଣ୍ଡିଆନ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇ ଆଜି ଘଟଗାଁ ପରିଦର୍ଶନ କରିଥିଲେ। ମା’ ତାରିଣୀଙ୍କ ଦର୍ଶନ କରିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପରେ ମିନି ଷ୍ଟାଡିୟମରେ ସାଧାରଣ ସଭାରେ ଉଦବୋଧନ ଦେବେ 5T ସଚିବ । ଭି.କେ ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ।

ଆଜି ଦ୍ୱିତୀୟ ଦିନରେ ସକାଳୁ 5T ସଚିବ ପୁରୁଣା ସହର ସ୍ଥିତ ପ୍ରସିଦ୍ଧ ସିଦ୍ଧମଠକୁ ଯାଇ ସେଠାରେ ସିଦ୍ଧ ଜଗନ୍ନାଥ ଓ ସିଦ୍ଧ କାଳୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ସହରବାସୀ ତାଙ୍କୁ ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଦାବି ପତ୍ର ପ୍ରଦାନ କରିଛନ୍ତି । ଏହାପରେ ଶଙ୍କରପୁରରେ ଥିବା ଧରଣୀଧର ସ୍ପୋର୍ଟସ କମ୍ପ୍ଲେକ୍ସକୁ ଯାଇ ଖେଳାଳି ମାନଙ୍କୁ ଭେଟିଥିଲେ। ଖେଳାଳି ମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କରିଥିଲେ। ଖେଳାଳିଙ୍କ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି 5T ସଚିବ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

4 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago