ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ଏବଂ ହେୟାର ଫ୍ୟାସନ ଆଣ୍ଡ ଡିଜାଇନ୍ ବିଷୟରେ ତାଲିମ

ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ଥିବା ଏହି ଅତ୍ୟାଧୁନିକ ପାଠ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଛାତ୍ରଛାତ୍ରୀମାନେ ଆସି ତାଲିମ ନେଉଛନ୍ତି।

ଭୁବନେଶ୍ୱର : ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା’ ଏବଂ ହେୟାର ଫ୍ୟାସନ ଆଣ୍ଡ ଡିଜାଇନ୍ ଭଳି ପାଠ୍ୟକ୍ରମର ବିଶେଷ ଚାହିଦା ରହିଛି। ତେଣୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ଥିବା ଏହି ଅତ୍ୟାଧୁନିକ ପାଠ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଛାତ୍ରଛାତ୍ରୀମାନେ ଆସି ତାଲିମ ନେଉଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ଏହି ବିଷୟରେ ଏବେ ନାମଲେଖା ଚାଲିଛି। ଛାତ୍ରଛାତ୍ରୀମାନେ ଏଥିରେ ନାମ ଲେଖାଇବାକୁ ଆଗ୍ରହ ଦେଖାଉଛନ୍ତି। ଏହି ବିଷୟରେ ତାଲିମ ନେଇ ଭବିଷ୍ୟତରେ ସେମାନେ ଦେଶ ବିଦେଶର ବିଭିନ୍ନ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ରରେ କାମ କରିବାକୁ ଲକ୍ଷ୍ୟ ରଖିଛନ୍ତି।

beauty-2

ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପରିସରରେ ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ତାଲିମ ଦିଆଯାଉଛି। ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗରେ ‘ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା’ ଏବଂ ‘ହେୟାର ଫ୍ୟାସନ ଆଣ୍ଡ ଡିଜାଇନ୍’ ବିଷୟରେ ତାଲିମ ଦିଆଯାଉଛି। +୨ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ପ୍ରାର୍ଥୀ ଏଥିରେ ନାମ ଲେଖାଇ ପାରିବେ। ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ବିଷୟରେ ତାଲିମ ପାଇଁ କେବଳ ଛାତ୍ରୀମାନଙ୍କୁ ଅଗ୍ରାଧିକାର ଦିଆଯାଉଛି।

ଏହି କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଛାତ୍ରଛାତ୍ରୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଦେଶ ବିଦେଶର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.