ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ହିତାଧିକାରୀ ଆଉ ତିନି ମାସ ପାଇବେ ମାଗଣା ଚାଉଳ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ ।

ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ହିତାଧିକାରୀ ମାନେ NFSA ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.