ବ୍ରହ୍ମପୁର : ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ , ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର (କେନ୍ୟୁଜ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ବିଜିପୁର ଲକ୍ଷ୍ମୀ ସାହିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣର ଶୀକାର ହୋଇଛନ୍ତି ସ୍ଥାନୀୟ ଯୁବକ ଆରୁ ମହାରଣା। ଆକ୍ରମଣ ପରେ ଗୁରୁତର ଭାବେ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ପରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଏହି ଘଟଣାରେ ପୋଲିସ ହାତରେ ଲାଗିଛି ଆକ୍ରମଣ କରୁଥିବାର ଏକ ଭିଡିଓ। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏହି ଘଟଣା ପରେ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଟାଉନ ଥାନା ପୋଲିସ ଅଟକ ରଖି ତଦନ୍ତ ଜାରୀ ରଖିଛି । ତେବେ ପୂର୍ବ ଶତ୍ରୁତା ଓ ସାମାନ୍ୟ ବଚସାକୁ ନେଇ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.