ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ ! ବାତ୍ୟାର ମୁକାବିଲା ପାଇଁ ସତର୍କ ରହନ୍ତୁ କିନ୍ତୁ ଆତଙ୍କିତ ହୁଅନ୍ତୁ ନାହିଁ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜନିଷ ମହଜୁଦ ନ ରଖିବାକୁ କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଏହା ଦ୍ୱାରା ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ । ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି ।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମସ୍ତ ପ୍ରସ୍ତୁତି କରୁଛନ୍ତି । ଖାଦ୍ୟ ଯୋଗାଣ ବିଭାଗ ମଧ୍ୟ ବଜାର ଉପରେ କଡା ନଜର ରଖିଛନ୍ତି । ବଜାରରେ ସବୁ ପ୍ରକାର ଖାଦ୍ୟ ପଦାର୍ଥ ଏବଂ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ଥିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସୂଚନା ଦେଇଛନ୍ତି । ବାତ୍ୟାର ମୁକାବିଲା ପାଇଁ ସତର୍କ ରହନ୍ତୁ କିନ୍ତୁ ଆତଙ୍କିତ ହୁଅନ୍ତୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.