Categories: ରାଜ୍ୟ

ନାବାଳକର ମୃତ୍ୟୁକୁ ନେଇ ଭଦ୍ରକ-ଚାନ୍ଦବାଲି ରାସ୍ତା ଅବରୋଧ

ଚାନ୍ଦବାଲି(କେନ୍ଯୁଜ୍) : ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା। ଭଦ୍ରକ-ଚାନ୍ଦବାଲି ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ଲୋକେ । ଭୁଲ ଇଞ୍ଜେକ୍ସନରୁ ନାବାଳକର ମୃତ୍ୟୁ ଅଭିଯୋଗ । ଇଞ୍ଜେକ୍ସନ ଦେଇଥିବା ଫାର୍ମାସିଷ୍ଟକୁ ଗିରଫ ଦାବିରେ ରାସ୍ତା ଅବରୋଧ ସହ ପୋଡ଼ା ଜଳା କରିଥିଲେ । ମୃତ ନାବାଳକର ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଏବେବି ଚାପା ଉତ୍ତେଜନା ଲାଗିରହିଛି ।

ଭଦ୍ରକ ବଶଡ଼ା ଅଂଚଳର ନୂଆଗାଁ ଇଚ୍ଛାପୁରର ସୁରେଶ ମହାଳିକ ନିଜ ଅସୁସ୍ଥ ପୁଅକୁ ଧରି ମତୋଠାରେ ଥିବା ଏକ ପାଥୋଲାବ୍‌କୁ ନେଇଥିଲେ । ସେଠାରେ ଥିବା ଫାର୍ମାସିଷ୍ଟ, ଇଞ୍ଜେକ୍ସନ ନେବାକୁ କହିଥିଲେ । ସେହି ଇଞ୍ଜେକ୍ସନ ନେବା ପରେ ଅଧିକ ଅସୁସ୍ଥ ହୋଇପଡିଥିଲା ସୁରେଶଙ୍କ ପୁଅ । ପରିବାର ଲୋକେ ପୁଅକୁ ଧରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ସେଠାରେ ନାବାଳଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଏବେ ପରିବାର ଲୋକ ଭୁଲ ଇଞ୍ଜେକ୍ସନରୁ ମୃତ୍ୟୁ ଅଭିଯୋଗ କରି କ୍ଷତିପୂରଣ ଦାବି କରୁଛନ୍ତି ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

24 seconds ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

8 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

25 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

58 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

60 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago