ସାତ ମହଲା ବିଶିଷ୍ଟ ହେବ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ମୋ ସରକାର ଟିମ୍‌ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ହେବ ସାତ ମହଲା । ବର୍ତ୍ତମାନ ୧୯୧ ଶଯ୍ୟା ବିଶିଷ୍ଟ ଥିବା ହସ୍ପିଟାଲର ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି କରାଯାଇଛି । ମୋ ସରକାର କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟ ଚିକିତ୍ସାଳୟର ବିଲ୍ଡିଂ ନୂଆ କରି ୭ମହଲା ହେବ । ରୋଗୀଙ୍କ ଆଟେଣ୍ଡାଣ୍ଟଙ୍କ ପାଇଁ ୨୦ଲକ୍ଷ ଟଙ୍କାର ଏକ ରେଷ୍ଟ ସେଡ୍‌ ନିର୍ମାଣ କରାଯିବ । ଓପିଡି ପଂଜୀକରଣ ପାଇଁ ଅଧିକ କାଉଣ୍ଟର ଖୋଲାଯିବ । ରୋଗୀ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ଲକ୍ଷ ଟଙ୍କାର ସହାୟତା ଦିଆଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.