ଭିଜିଲାନ୍ସ ଜାଲରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଚାଲିଛି। ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ।

ଭୁବନେଶ୍ୱର (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଚାଲିଛି। ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ।

ଖବର ଅନୁଯାୟୀ, ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଚାଲିଛି । ଏକାସାଙ୍ଗେ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ- ଭୁବନେଶ୍ୱରର ୪ଟି ସ୍ଥାନ, ଗଞ୍ଜାମର ୨ଟି ସ୍ଥାନ ଏବଂ ମୟୁରଭଞ୍ଜର ଗୋଟିଏ ସ୍ଥାନ ରହିଛି ।

ତେବେ ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୫ ଜଣ ଡ଼ିଏସପି, ୧୨ ଜଣ ଇନିସ୍ପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ। । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.