ରାଜ୍ୟ

ଆଜି ଭାରତ ବନ୍ଦ, ରାଜ୍ୟରେ ସମସ୍ତ ସରକାରୀ ଅଫିସ ସହ ବସ ଓ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କେନ୍ୟୁଜ ବ୍ୟୁରୋ : ଆଜି ଭାରତ ବନ୍ଦ । ଚାଷୀଙ୍କ ୪ ଘଣ୍ଟିଆ ପ୍ରତିକାତ୍ମକ ଆନ୍ଦୋଳନ ଡାକରା । ଏଥିପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ଏନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବନ୍ଦ ଯୋଗୁଁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି । ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ପାଇଁ ନିଷ୍ପତି ହୋଇଛି । ତେବେ ବନ୍ଦ ବେଳେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ଜାରି ରହିବ ।

କୃଷକ ସଂଗଠନର ୪ ଘଣ୍ଟିଆ ଭାରତ ବନ୍ଦ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚକାଜାମ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି ଚାଷୀ । ବନ୍ଦକୁ ସମର୍ଥନ ଜଣାଇଛନ୍ତି କଂଗ୍ରେସ, ଆପ୍‌, ଏସ୍‌ପି, ବାମଦଳ ସମେତ ବିଭିିନ୍ନ ରାଜନୈତିକ ଦଳ । ବନ୍ଦ ସମୟ ଭିତରେ ରାସ୍ତା ଅବରୋଧ କରି ପାରନ୍ତି ଆନ୍ଦୋଳନକାରୀ । ବ୍ୟାଙ୍କିଂ ଓ ପରିବହନ ସେବା ପ୍ରଭାବିତ ହୋଇପାରେ । ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ ଓ ବରଗାଡ଼ିକୁ ଅଟକାଯିବ ନାହିଁ । ଜନସାଧାରଣଙ୍କୁ ସମସ୍ୟାରେ ପକାଇବାକୁ ଚାହୁଁ ନଥିବା ଚାଷୀ ସଂଗଠନ କହିଛି । ଅନ୍ୟପଟେ ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟକୁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି କେନ୍ଦ୍ର ସରକାର । ଭାରତ ବନ୍ଦ ବେଳେ କୋଭିଡ ଗାଇଡ୍‌ଲାଇନ୍‌ ଯେଭଳି କଡ଼ାକଡ଼ି ଭାବେ ପାଳନ କରାଯାଏ, ତାହା ନିଶ୍ଚିତ କରିବାକୁ କୁହାଯାଇଛି । ସେହିପରି ସୁରକ୍ଷା ବ୍ୟବସ୍ଥା ମଧ୍ୟ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରର ନୂଆ କୃଷି ଆଇନ୍‌ ଉଚ୍ଛେଦ ଜିଦ୍‌ରେ ଦୀର୍ଘ ୧୩ ଦିନ ଧରି ଆନ୍ଦୋଳନ ଜାରି ରଖିଛନ୍ତି ଶତାଧିକ ଚାଷୀ ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago