ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପୂର୍ଣ୍ଣ ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପୂର୍ଣ୍ଣ ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ । ମଙ୍ଗଳବାର ସୁଦ୍ଧା ତିନି ରଥା ୧୮ଟି ଚକ ସମ୍ପୂର୍ଣ୍ଣ ହୋଇଛି । ଏବଂ ୬ଟି ତୁମ୍ବରେ ଅର ସଂଯୋଗ ହୋଇଛି ।

ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ । ଆଜି ଅପରାହ୍ନ ୪ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣି ବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Leave A Reply

Your email address will not be published.