ଆଜିଠାରୁ ୧୦ଦିନ ଧରି ବନ୍ଦ ରହିବ ଭିତରକନିକା, ଚାଲିବ କୁମ୍ଭୀର ଗଣନା କାର୍ଯ୍ୟ

ରାଜନଗର(କେନ୍ୟୁଜ୍): ଆଜିଠାରୁ ପର୍ଯ୍ଯଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ । ବିରଳ ବଉଳା କୁମ୍ଭୀର ମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ ପ୍ରତିବର୍ଷ ପରି ଚଳିତବର୍ଷ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ଯଟକଙ୍କ ପାଇଁ ବନ୍ଦ ରହିବ ।

bhitarakanika 2

ଆଜିଠାରୁ ୧୧ତାରିଖ ପର୍ଯ୍ଯନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଜାନୁଆରୀ ୨୦୨୧ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ଅଛନ୍ତି । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ଡା ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.