ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ରାଜ୍ୟ ବିଜେପି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି।

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ରାଜ୍ୟ ବିଜେପି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି ଯେ, ଗତ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି । ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି । ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ।

 

bjp 11

 

କୋରାପୁଟ ନିବାସୀ ଶ୍ରୀ ବକ୍ସିପାତ୍ର ହେଉଛନ୍ତି ବିଶିଷ୍ଟ ରାଜନେତା ତଥା ସ୍ୱାଧୀନତା ସଂଗ୍ରାମୀ ଓ କୋରାପୁଟର ପୂର୍ବତନ ବିଧାୟକ ସ୍ୱର୍ଗତ ହରିଶଚନ୍ଦ୍ର ବକ୍ସିପାତ୍ରଙ୍କ ପୁଅ । ବିଗତ ନିର୍ବାଚନରେ ସେ ବ୍ରହ୍ମପୁର ଆସନରୁ ସେ ଲୋକସଭା ପାଇଁ ବିଜେପିର ପ୍ରାର୍ଥୀ ହୋଇ ପରାଜୟ ସ୍ୱୀକାର କରିଥିଲେ । ସେ ବିଜେଡିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି । ତାଙ୍କ ଭଉଣୀ ବିଜେଡିର ସଦସ୍ୟ ରହିଛନ୍ତି।

ପ୍ରକାଶଥାଉକି, ୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ । ତେବେ ସେ ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା ହେଉଥିବା ବେଳେ ବ୍ରହ୍ମପୁର ଲୋକସଭା ଆସନରୁ ଟିକେଟ ମିଳିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.