ଭୁବନେଶ୍ଵରରୁ ଗୌହାଟିକୁ ଉଡ଼ିବ ବିମାନ, ଅକ୍ଟୋବର ୨୯ରୁ ପ୍ରତିଦିନ କରିବ ଚଳାଚଳ

ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ । ୨୧ତମ ସ୍ଥାନ ଭାବେ ଭୁବନେଶ୍ଵରରୁ ଗୌହାଟିକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ଵର-ଗୌହାଟି ମଧ୍ୟରେ ବିମାନ ଚଳାଚଳ କରାଇବ ଇଣ୍ଡିଗୋ ଏୟାରଲାଇନ୍ସ ।

ଭୁବନେଶ୍ଵର : ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ । ୨୧ତମ ସ୍ଥାନ ଭାବେ ଭୁବନେଶ୍ଵରରୁ ଗୌହାଟିକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ଵର-ଗୌହାଟି ମଧ୍ୟରେ ବିମାନ ଚଳାଚଳ କରାଇବ ଇଣ୍ଡିଗୋ ଏୟାରଲାଇନ୍ସ ।

ଭୁବନେଶ୍ଵରରୁ ଗୌହାଟି ମାତ୍ର ଦେଢ଼ ଘଣ୍ଟା ଲାଗିବ । ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ ଭୁବନେଶ୍ଵର ଛାଡ଼ିବ ଓ ୨ଟା ୫୫ରେ ଗୌହାଟିରେ ପହଞ୍ଚିବ । ସେହିପରି ଏହା ଗୌହାଟିରୁ ୩ଟା ୫୦ରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ ।

ଆଗାମୀ ଦିନରେ ଭୁବନେଶ୍ଵର ବିମାନ ବନ୍ଦରରୁ ଜମ୍ମୁ, ଚଣ୍ଡିଗଡ ଓ ସୁରଟକୁ ବିମାନ ଚଳାଚଳ ପାଇଁ ଯୋଜନା ରହିଥିବା ସୂଚନା ଦେଇଛନ୍ତି ଭୁବନେଶ୍ଵର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.