କଲବଲ କଲାଣି ଖରା: ସକାଳୁ ରାଜଧାନୀରେ ୩୨ ଡିଗ୍ରି ଟପିଲା ତାପମାତ୍ରା
ରାଜଧାନୀରେ ବି ସକାଳୁ ସକାଳୁ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେଲାଣି। ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ଆର୍ଦ୍ରତା ୭୯ ପ୍ରତିଶତ ରହିଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି।

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ବି ସକାଳୁ ସକାଳୁ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେଲାଣି। ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ଆର୍ଦ୍ରତା ୭୯ ପ୍ରତିଶତ ରହିଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗ୍ରୀଷ୍ମ ଲହରି ନେଇ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପରୁ, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗୀରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
ଆଜି ଦିନ ୮.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱର ରେ ୩୨.୮ ଡ଼ିଗ୍ରୀ ତାପମାତ୍ରା ଏବଂ ୭୯% ଆଦ୍ରତା ରେକର୍ଡ
— Meteorological Centre, Bhubaneswar (@mcbbsr) May 16, 2023
ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଛି ୟେଲୋ ୱାର୍ଣ୍ଣିଂ । ଗତକାଲି ରାଜ୍ୟରେ ୧୮ ସହରରେ ପାରଦ ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହିଥିଲା । ୪୪.୪ ଡିଗ୍ରୀ ସେଲସିୟସ୍ ସହ ସବୁଠୁ ଉତ୍ତପ୍ତ ସହର ଥିଲା ବଲାଙ୍ଗିର । ୪୪ ଡିଗ୍ରୀରେ ଜଳିଥିଲା ଟିଟିଲାଗଡ଼ । ଝାରସୁଗୁଡ଼ାରେ ୪୩.୬ ଓ ଭବାନୀପାଟଣାରେ ତାପମାତ୍ରା ରହିଥିଲା ୪୩.୫ ଡିଗ୍ରୀ ସେଲସିୟସ୍ । ୧୮ ଏବଂ ୧୯ ତାରିଖ ପାଇଁ ଝଡ଼ ପବନ ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖ ପାଇଁ ୧୬ ଜିଲ୍ଲା ଓ ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।