Below header

ତାତି ଓ ଝାଞ୍ଜିରେ ସିଝୁଛି ସାରା ଓଡ଼ିଶା, ଆସନ୍ତା ଦୁଇ ଦିନ ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ତାତିରୁ ତ୍ରାହି ନାହିଁ । ଆକାଶରୁ ଅଗ୍ନିବର୍ଷା ହେଉଛି । ସକାଳ ୯ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ତାତି ଓ ଝାଞ୍ଜିରେ ସିଝୁଛି ସାରା ଓଡ଼ିଶା । ଆସନ୍ତା ଦୁଇ ଦିନ ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କନ୍ଧମାଳ ।

ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀରଣ କିଛି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଦିନର ସର୍ବୋଚ୍ଚ ତାପାମାତ୍ରାରେ ୨ରୁ ୩ ଡିଗ୍ରି ସେଲସିୟସ ବଢ଼ିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଥିଲା ବାରିପଦା । ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିଲା । ଏପ୍ରିଲ ୨ରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ । କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.