ରାଜ୍ୟ

ଭୁବନେଶ୍ଵର ନାବାଳିକା ଗଣଦୁଷ୍କର୍ମ ମାମଲାର ଆଜି ହାଇକୋର୍ଟରେ ଶୁଣାଣି, ଭିଡିଓ କନ୍‌ଫରେନ୍‌ସିଂରେ ହାଜର ହେବେ ପୋଲିସ ଡିଜି

ଭୁବନେଶ୍ଵର: ଭୁବନେଶ୍ଵର ନାବାଳିକା ଗଣଦୁଷ୍କର୍ମ ମାମଲାର ଆଜି ହାଇକୋର୍ଟରେ ଶୁଣାଣି । ଭିଡିଓ କନ୍‌ଫରେନ୍‌ସିଂରେ ହାଜର ହେବେ ପୋଲିସ ଡିଜି । ଗତ ୯ ତାରିଖରେ ଶୁଣାଣି କରି ହାଇକୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତରେ ଅସନ୍ତୋଷ ପ୍ରକାଶ କରିବା ସହ ଭିଡିଓ କନ୍‌ଫରେନ୍ସିଂରେ ପୋଲିସ ଡିଜି ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହ ତଦନ୍ତର ଅଗ୍ରଗତି ସମ୍ପର୍କରେ ଏକ ସତ୍ୟପାଠ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

ଗତ ଅକ୍ଟୋବର ୧୪ ତାରିଖରେ ମାମଲାର ଶୁଣାଣି କରି ପୀଡ଼ିତା ଓ ତାଙ୍କ ମା’କୁ ସୁରକ୍ଷା ଯୋଗାଇ ଦେବାକୁ ଓଡ଼ିଶା ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏଭଳି ଜଘନ୍ୟ ଅପରାଧରେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ । ଗଣଦୁଷ୍କର୍ମ ମାମଲାରେ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଥିଲା । ଅକ୍ଟୋବର ୬ ତାରିଖରୁ ଏହି ମାମଲା ଓଡିଶା କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା । ଏହା ସହ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲା କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ ଅଧିକ ଦିନ ସମୟ ଦେବାକୁ ସତ୍ୟପାଠରେ ପ୍ରାର୍ଥନା କରାଯାଇଥିଲା ।

ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା ଯେ କ୍ରାଇମବ୍ରାଞ୍ଚର ଜଣେ ଏସ୍‌ପିଙ୍କୁ ତଦନ୍ତଭାର ଦିଆଯାଇଛି ଓ ୪ ଜଣ ଇନ୍ସପେକ୍ଟର ଏଥିରେ ଏସ୍‌ପିଙ୍କୁ ସହଯୋଗ କରୁଛନ୍ତି । ଅଭିଯୁକ୍ତମାନଙ୍କୁ ପଚରାଉଚରା କରାଯାଇଛି ଏବଂ ବୟାନ ମଧ୍ୟ ରେକର୍ଡ ହୋଇଛି । ସେମାନଙ୍କ ପଲିଗ୍ରାଫ୍‌ ପରୀକ୍ଷା ମଧ୍ୟ ହୋଇଛି । ଘଟଣା ଘଟିବାର ୪ ମାସ ପରେ ମାମଲା ଦାୟର ହୋଇଛି, ତେଣୁ “ବାୟୋଲୋଜିକାଲ” ପ୍ରମାଣ ପାଇବାରେ ସମସ୍ୟା ହେଉଛି । କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଛି ଓ ଏଥିପାଇଁ ସିବିଆଇ କିମ୍ବା ହାଇକୋର୍ଟରେ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ଵାରା ଗଠିତ ଟିମ ଦ୍ଵାରା ତଦନ୍ତ ପାଇଁ ପ୍ରାର୍ଥନା କରାଯାଇଥିଲା । ଏହି ମାମଲା ସିବିଆଇ କିମ୍ବା ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ଵାରା ତଦନ୍ତ କରାଯିବାର ଆବଶ୍ୟକତା ନଥିବା ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିଲା ।

Sonalisa

Recent Posts

ଡାକ ବିଭାଗ ନିଯୁକ୍ତିରେ ଜାଲ ସାର୍ଟିଫିକେଟ ଦୁର୍ନୀତି ମାମଲା: ରାଜ୍ୟରେ ୬୭ଟି ସ୍ଥାନରେ ସିବିଆଇ ରେଡ୍‌

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଡାକ ବିଭାଗରେ ନିଯୁକ୍ତିରେ ଜାଲ ସାର୍ଟିଫିକେଟ ଦୁର୍ନୀତି ମାମଲାରେ ସିବିଆଇର ବଡ଼ ଧରଣର ତଦନ୍ତ ଆରମ୍ଭ…

7 mins ago

ଆଇସ୍‌କ୍ରିମ୍‌ ଭିତରୁ ବାହାରିଲା ମଣିଷ ଆଙ୍ଗୁଠି, ଅନ୍‌ଲାଇନ ଅର୍ଡର କରିଥିଲେ ଡାକ୍ତରାଣୀ

ଆଇସକ୍ରିମ ଭିତରୁ ବାହାରିଲା ମଣିଷର କଟା ଆଙ୍ଗୁଠି । ମୁମ୍ବାଇର ଜଣେ ମହିଳା ଡାକ୍ତର ଖାଇବା ପାଇଁ ଅନଲାଇନରେ ଆଇସକ୍ରିମ…

22 mins ago

ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ବେଳେ ମିଳିଲା ପୁରାତନ ମନ୍ଦିର, ଦେଖିବା ପାଇଁ ଜମୁଛି ଲୋକଙ୍କ ଭିଡ

ନୂଆପଡା (କେନ୍ୟୁଜ): ନୂଆପଡା ଜିଲ୍ଲା କୋମନା ଦେଉଳବନ୍ଧ ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ବେଳେ ଏକ ପୁରାତନ ମନ୍ଦିର ଠାବ ହୋଇଛି…

31 mins ago

ସୁଆଣ୍ଡୋରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ, କହିଲେ- ଖୁବ୍ ଶୀଘ୍ର ପୂରଣ ହେବ ସଂକଳ୍ପ ପତ୍ରର ପ୍ରତିଶ୍ରୁତି

ପୁରୀ (କେନ୍ୟୁଜ): ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

40 mins ago

ଡୋଡା ଆଟାକ୍‌: ୪ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା ପୁରସ୍କାର

ଜମ୍ମୁ-କାଶ୍ମୀରର ରିୟାସୀ, କଠୁଆ ଏବଂ ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜମ୍ମୁ ପୋଲିସ ୪ ଆତଙ୍କୀଙ୍କ ସ୍କେଚ୍‌ ଜାରି…

45 mins ago

ମୋହନ ସରକାର ଆସିବା ପରେ ଏବେ ଚର୍ଚ୍ଚାରେ କିଏ ହେବେ ନୂଆ DGP

ଭୁବନେଶ୍ୱର (କେନ୍ୟୁଜ): ମୋହନ ସରକାର ଆସିବା ପରେ ଚର୍ଚ୍ଚା ଏବେ କିଏ ହେବେ ଡିଜିପି । ଏବେ ଅରୁଣ ଷଡଙ୍ଗୀ…

1 hour ago