Below header

ଭୁବନେଶ୍ବର ମହାନଗର ନିଗମ-ବିଏମସି ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ ବିଏମସି

ପୂର୍ବରୁ ବିଏମସିରେ ୨୧୦ଟି ଅନୁମୋଦିତ ପଦବୀ ଥିଲା । ଏହି ଅତିରିକ୍ତ ପଦବୀ ସୃଷ୍ଟି ଦ୍ବାରା ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିଲା ।

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ବର ମହାନଗର ନିଗମ-ବିଏମସି ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୧୬ଟି ନୂଆ ପଦବୀକୁ ଅନୁମୋଦନ କରିଛନ୍ତି । ପୂର୍ବରୁ ବିଏମସିରେ ୨୧୦ଟି ଅନୁମୋଦିତ ପଦବୀ ଥିଲା । ଏହି ଅତିରିକ୍ତ ପଦବୀ ସୃଷ୍ଟି ଦ୍ବାରା ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିଲା । ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି ଯୋଗୁ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦ ମଧ୍ୟ ସୃଷ୍ଟି ହୋଇଛି ।

ପୂର୍ବରୁ ୩ ଡେପୁଟି କମିଶନର ପଦବୀ ଥିବା ବେଳେ ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି । ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି ।

ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା । ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ, ଏଥିରେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି । ପ୍ରତି ୱାର୍ଡ ପାଇଁ ସ୍ବତନ୍ତ୍ର ୱାର୍ଡ ଅଫିସର ନିଯୁକ୍ତ ହେବେ । ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି । ସାନିଟାରୀ ଇନ୍ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.