ରାଜ୍ୟ

ରାଜଧାନୀରେ ଅସହ୍ୟ ଗରମ; ସକାଳ ୮.୩୦ ସୁଦ୍ଧା ୩୦ ଡିଗ୍ରୀ ଉପରେ ୬ ସହରର ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଡେଉଁଛି ପାରଦ, ବଢୁଛି ତାତି । ଆକାଶରୁ ଅଗ୍ନି ବର୍ଷୁଛି । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସକାଳ ସାଢ଼େ ୮ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ୱର । ସେଠାରେ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ପୁରୀରରେ ୩୨.୨, ଭୁବନେଶ୍ୱରରେ ୩୧.୬, ଝାରସୁଗୁଡ଼ାରେ ୩୧, ଚାନ୍ଦବାଲିରେ ୩୦.୮ ଓ କେନ୍ଦୁଝରରେ ପାରଦ ରହିଛି ୩୦.୪ ଡିଗ୍ରୀ ସେଲସିୟସ୍‌। ସେହିପରି ପାରାଦୀପରେ ୨୯.୮, ସମ୍ବଲପୁରରେ ୨୯.୨ ଓ ଗୋପାଳପୁରରେ ୨୮.୬ ଡିଗ୍ରୀ ସେଲସିୟସ୍‌ ରହିଛି ତାପମାତ୍ରା ।

ତେବେ ୧୫ ତାରିଖ ଯାଏ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଆଜି ୪ ଜିଲ୍ଲାକୁ ହିଟ୍‌ ୱେଭ୍‌ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ଲହରୀ ସ୍ଥିତି ସୃଷ୍ଟି ହେବ। ଏହାକୁ ଦୃଷ୍ଟିରେ ରଖି ଏହି ୪ ଜିଲ୍ଲା ପାଇଁ ହିଟ୍‌ ୱେଭ୍‌ ଜନିତ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ। କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ। ଏହି ସ୍ଥିତି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ। ଏହା ପରେ ଅର୍ଥାତ ୧୬ ତାରିଖରୁ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରିଛି।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

7 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago