ରାଜଧାନୀ ଭୁବନେଶ୍ୱରରୁ ଆଜି ୫୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୨୩୧

ଭୁବନେଶ୍ୱର(କେ ନ୍ୟୁଜ): ରାଜଧାନୀ ଭୁବନେଶ୍ୱରରୁ ଆଜି ୫୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯେବେକି ୧୨୩୧ ଜଣ ରୋଗୀ ସୁସ୍ଥ ହୋଇ ଫେରିଛନ୍ତି । ଆଜିର ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ମୋଟ ସଂଖ୍ୟା ୮୦ ହଜାର ୪୮୫ କୁ ବୃଦ୍ଧି ପାଇଥିବା ବେଳେ ଆକ୍ଟିଭ କେଶ ରହିଛି ୮୭୯୬ । ଏଯାବତ ରାଜ୍ୟରେ ୩୫୫

ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସୁସ୍ଥ ସଂଖ୍ୟା ୭୧ ହଜାର ୩୧୩ ଛୁଇଁଛି । ଆଜିର ଚିହ୍ନଟଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୧୨ ଜଣ ଥିବା ବେଳେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୧୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.