ରାଜ୍ୟ

୪ ଜଣ ପଜିଟିଭ ଚିହ୍ନଟ ପରେ ଆସନ୍ତା ୨୧ ତାରିଖ ଯାଏଁ ସିଲ ହେଲା ଭୁବନେଶ୍ୱର ଆରଟିଓ ଅଫିସ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଡିଏ ଓ ବିଏମ୍‌ସି ପରେ ଏବେ ଏବେ ଆରଟିଓ-୧ରେ ପଶିଛି କରୋନା । ଆରଟିଓ-୧ର ୪ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଥିବା ଜଣାଯାଇଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଆରଟିଓ-୧କୁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସିଲ୍‌ କରି ଦିଆଯାଇଛି । ଆକ୍ରାନ୍ତମାନେ କେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି, କେଉଁ କେଉଁ ସ୍ଥାନକୁ ଯାଇଛନ୍ତି, ସେନେଇ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଆରଟିଓ- ୧ ପରେ ଆରଟିଓ-୨ ଅଫିସକୁ ବି ଆଜି ସିଲ କରି ଦିଆଯାଇଛି ।

ଏହି କର୍ମଚାରୀମାନେ ଶ୍ରମିକ ଟ୍ରେନ୍‌ରେ ପ୍ରବାସୀଙ୍କୁ ସହାୟତା କରିବା ଦାୟିତ୍ୱରେ ଥିଲେ । ଆଉ ମଧ୍ୟ ରାଜଧାନୀର ଆଇସିଆଇସିଆଇ ବ୍ୟାଙ୍କର ୨ଟି ଶାଖାରୁ ୧୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଦୁଇଟି ଶାଖାରୁ ବହୁ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ବ୍ୟାଙ୍କକୁ ସିଲ୍‌ କରାଯାଇଛି । ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି ।

KNews Bureau

Recent Posts

୨୦୦ ଫୁଟ ତଳକୁ ଖସିଲା ବିଦ୍ୟୁତ ବିଭାଗ ଗାଡି, ୭ ଗୁରୁତର

ଗଜପତି (କେନ୍ୟୁଜ): ୨୦୦ ଫୁଟ ତଳକୁ ଖସିଲା ବିଦ୍ୟୁତ ବିଭାଗ ଗାଡି । ୭ ଜଣ ଗୁରୁତର ।ଗ ଜପତି…

7 mins ago

ସିକ୍କିମରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ: ୬ ମୃତ, ଫସିଛନ୍ତି ୧୫୦୦ ପର୍ଯ୍ୟଟକ

ସିକ୍କିମରେ ଲଗାତାର ବର୍ଷା ଯୋଗୁଁ ପରିସ୍ଥିତି ଖରାପ ହୋଇଛି । ଏଠାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଅତିକମରେ…

35 mins ago

ପ୍ରଥମ ରଜରେ ପୋଖରୀରେ ବୁଡି ମା-ଝିଅଙ୍କ ସଲିଳ ସମାଧି

ନବରଙ୍ଗପୁର (କେନ୍ୟୁଜ): ଆଜି ପହିଲି ରଜରେ ଗାଁଠୁ ସହର ସବୁଠି ଉତ୍ସାହ ଓ ଆନନ୍ଦର ମାହୋଲ । ହେଲେ ନବରଙ୍ଗପୁର…

55 mins ago

କୁଏତ ନିଆଁରେ ମୃତ୍ୟୁବରଣ କରିଥିବା ୪୫ ମୃତଦେହ ଭାରତରେ ପହଞ୍ଚିଲା, ପରିଚୟ ପାଇଁ ହେବ ଡିଏନଏ ଟେଷ୍ଟ

କୁଏତରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ୪୯ ମୃତକଙ୍କ ମଧ୍ୟରୁ ୪୫ ଭାରତୀୟ ବୋଲି ଜଣାପଡିଛି । ତେବେ ଏହି…

1 hour ago

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଜୁନ ୨୦ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (କେନ୍ୟୁଜ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟପାଳ…

1 hour ago

ଆଗକୁ ବଢୁନି ମୌସୁମୀ, ଗରମ ଗୁଳିଗୁଳିରେ କଟିବ ରଜ

ଭୁବନେଶ୍ୱର (କେନ୍ୟୁଜ); ଆଗକୁ ବଢୁନି ମୌସୁମୀ । ଗରମ ଗୁଳିଗୁଳିରେ କଟିବ ରଜ, କାଁ ଭାଁ କାଳବୈଶାଖୀ ।  ତଥାପି…

2 hours ago