ରାଜ୍ୟରେ ବଢୁଛି ତାତି: ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁର ଓ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଜଳୁଛି ରାଜଧାନୀ। ସକାଳ ୮ ଟାରୁ ଟାଇଁ ଟାଇଁ ଖରା ହେଉଛି । ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୭ ଡିଗ୍ରୀ ହୋଇଛି। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

ଭୁବନେଶ୍ୱର (କେନ୍ୟୁଜ): ଡେଉଁଛି ପାରଦ । ରାଜ୍ୟରେ ବଢୁଛି ତାତି । ଜଳୁଛି ରାଜଧାନୀ। ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଛୁଇଁଛି। ସମ୍ବଲପୁର ଓ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି। ହୀରାକୁଦରେ ୩୯.୨, ଚାନ୍ଦବାଲି ୩୭ ଓ କେନ୍ଦୁଝର ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି।

ସକାଳ ୮ ଟାରୁ ଟାଇଁ ଟାଇଁ ଖରା ହେଉଛି । ହାତଗୋଡ଼ ଜଳିଲା ଭଳି ଲାଗୁଛି । ସେହିଭଳି ଆଦ୍ରତା ୭୫ ପ୍ରତିଶତ ରହିଛି । ଆଦ୍ରତା ଯୋଗୁ ପ୍ରବଳ ଗୁଳୁଗୁଳି ଅନୁଭତ ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶର କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁପାରେ। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.