ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ହିତାଧିକାରୀଙ୍କୁ ମିଳିବ ୧ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର(କେନ୍ଯୁଜ୍): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ମିଳିବ ୧ ହଜାର ଟଙ୍କା ଲେଖାଏଁ ସହାୟତା। ଏଥିପାଇଁ ରାଜ୍ୟ ସରକାର ୩୫୦କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଫଳରେ ରାଜ୍ୟର ୩ କୋଟି ୫୦ ଲକ୍ଷ ହିତାଧିକାରୀ ଉପକୃତ ହେବେ।

କୋଭିଡ ସହାୟତା ନେଇ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ୧ହଜାର ଟଙ୍କା ଲେଖାଏଁ ମିଳିବ ଜୀବନଜୀବିକା ସହାୟତା । ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ଟଙ୍କା । ବ୍ୟାଙ୍କ ଖାତାକୁ ଟଙ୍କା ଦେବାକୁ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏକ ସପ୍ତାହ ମଧ୍ୟରେ ସହାୟତା ରାଶି ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.