ହାଇକୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଉଛି : ମହମ୍ମଦ ମୋକିମ୍‌

ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ଓଡ଼ିଶା ରୁରାଲ ହାଉସିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ-ORHDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ପ୍ରତିକ୍ରିୟା ରଖିଛନ୍ତି। ହାଇକୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଉଛି ବୋଲି କହିଛନ୍ତି ।

ଭୁବନେଶ୍ୱର(କେନ୍ୟୁଜ୍‌) : ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ଓଡ଼ିଶା ରୁରାଲ ହାଉସିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ-ORHDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ପ୍ରତିକ୍ରିୟା ରଖିଛନ୍ତି। ହାଇକୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଉଛି ବୋଲି କହିଛନ୍ତି । କୋର୍ଟଙ୍କ ନିର୍ଦେଶନାମା ହସ୍ତଗତ ହୋଇନାହିଁ । ନିର୍ଦେଶନାମା ପାଇଲା ପରେ ଅନୁଧ୍ୟାନ କରିବି । ଅନୁଧ୍ୟାନ କରିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବି ବୋଲି କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ କହିଛନ୍ତି ।

ମହମ୍ମଦ ମୋକିମଙ୍କୁ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ । ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମହମ୍ମଦ ମୋକିମ । ଦଣ୍ଡାଦେଶ ଉପରେ ରହିତାଦେଶ ଦେବାକୁ ଆବେଦନ କରିଥିଲେ। ତାଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ORHDC ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ସେପ୍ଟେମ୍ବରରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ। ପୂର୍ବରୁ ଆବେଦନକୁ ଗ୍ରହଣ କରିବା ସହ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ । ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ । ଏବେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.