ରାଜ୍ୟ

କଟକ: ମାଛ ଧରା ଜାଲରେ ପଡିଲା ବିରାଟ ଅଜଗର

ମାହାଙ୍ଗା/ସାଲେପୁର(କେନ୍ୟୁଜ୍):  ମାଛ ଧରା ଜାଲରେ ପଡିଲା ବିରାଟ ଅଜଗର । କଟକ ନିଶ୍ଚନ୍ତକୋଇଲି କେନ୍ଦୁପାଟଣା ଗାଁରୁ ଏହି ଅଜଗର ଉଦ୍ଧାର ହୋଇଛି । ମାଛ ଧରିବା ପାଇଁ କେନ୍ଦୁପାଟଣା ନିକଟ ନଦୀ ପଠାରେ ମାନସ ବେହେରା ନାମକ ବ୍ୟକ୍ତି ଜାଲ ବିଛାଇ ଥିବା ବେଳେ ଏହି ଅଜଗର ସାପଟି ଜାଲ ରେ ପଡ଼ିଥିବାର ଦେଖି ମାନସ ଗାଁ ଲୋକଙ୍କୁ ଡାକି ପକାଇଥିଲେ । ସମସ୍ତେ ମିଳି ମିଶି ଜାଲରୁ ଏହି ଅଜଗରକୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ । ବନ ବିଭାଗ ପହଞ୍ଚି ୬ ଫୁଟ ଲମ୍ବ ଓ ୧୪ କିଲୋ ଓଜନର ଅଜଗରକୁ ଜଙ୍ଗଲରେ ଛାଡ଼ିବାକୁ ନେଇଥିଲେ । ତେବେ ପ୍ରଥମ ଥର ଗାଁରେ ଏଭଳି ଅଜଗର ଦେଖିବା ପାଇଁ ଲୋକଙ୍କ ଭିଡ ଦେଖିବାକୁ ଲାଗିଥିଲା ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago