ଆସନ୍ତା ୧୧ରେ ଆସୁଛି ଏବର୍ଷର ସବୁଠୁ ବଡ ଲଘୁଚାପ ! ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଚିବ ବର୍ଷା
ଭୁବନେଶ୍ବର(କେନ୍ଯୁଜ୍): ୧୧ରେ ଏବର୍ଷର ସବୁଠୁ ବଡ ଲଘୁଚାପ। ଆସନ୍ତା ୧୧ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ତତସଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ସୃଷ୍ଟି ହେବାର ୨୪ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଯାହାଦ୍ୱାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ।
ଆସନ୍ତାକାଲି ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ଆଶଙ୍କା କରି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ କିମ୍ବା ୧୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡକୁ ଗତି କରିବ। ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ବର୍ତ୍ତମାନ ସୁଦ୍ଧା ୧୨ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୮ ଜିଲ୍ଲାରେ ନିଅଣ୍ଟିଆ ରହିଛି।