ଆଜି ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ: ନବୀନ ପଟ୍ଟନାୟକଙ୍କୁ ଭେଟିବେ ନୀତିଶ କୁମାର

ଆଜି ଓଡ଼ିଶା ଆସିବେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଦିନ ୧୧ଟାରେ ନିତୀଶ ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ନୀତୀଶ ମଧ୍ୟାହ୍ନ ଭୋଜନ କରିବେ ବୋଲି ସୂଚନା ମିଳିଛି।

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଆସିବେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଦିନ ୧୧ଟାରେ ନିତୀଶ ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ନୀତୀଶ ମଧ୍ୟାହ୍ନ ଭୋଜନ କରିବେ ବୋଲି ସୂଚନା ମିଳିଛି। ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ନବୀନ ନିବାସରେ ରହିବା ପରେ ପାଟନା ଫେରିଯିବେ ନୀତୀଶ। ନୀତୀଶଙ୍କ ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଆଲୋଡ଼ନ ସୃଷ୍ଟି ହୋଇଛି।

ତେବେ ଉଭୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କଣ ଆଲୋଚନା ହେବେ ସେନେଇ ଦଳୀୟ ସୂତ୍ରରୁ କୌଣସି ସୂଚନା ମିଳିନାହିଁ। ବର୍ତ୍ତମାନ ଅଣ ବିଜେପି ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ନୀତୀଶ କୁମାର । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏକ ଜାତୀୟ ମେଣ୍ଟ ଗଠନ ପାଇଁ ପ୍ରଚେଷ୍ଟା କରି ଆସୁଛନ୍ତି। କିଛି ଦିନ ତଳେ ସେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରସ ମୁଖ୍ୟ ମମତା ବାନାର୍ଜୀ ଓ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କୁ ଭେଟିଥିଲେ । ବିଜେପି ବିରୋଧୀ ଦଳଙ୍କୁ ଏକଜୁଟ୍‌ ହେବାକୁ ଆହ୍ଵାନ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.