Categories: ରାଜ୍ୟ

ବିଜେପୁର ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର, ଘରକୁ ଘର ବୁଲି ଲୋକଙ୍କ ପାଖକୁ ଯାଉଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ

ବିଜେପୁର: ବିଜେପୁର ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର। ଘରକୁ ଘର ବୁଲି ଲୋକଙ୍କ ପାଖକୁ ଯାଉଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ। ବିଜେଡି ପ୍ରାର୍ଥୀ ରୀତା ସାହୁ ଗାଇସିଲେଟ ବ୍ଲକରୁ ପ୍ରଚାର ଆରମ୍ଭ କରିଛନ୍ତି। ଦଳୀୟ କର୍ମୀ ଓ ନେତାଙ୍କ ସହ ଲୋକଙ୍କ ପାଖକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଭାବମୂର୍ତ୍ତି ସହ ବିଜେଡିର ଲୋକାଭିମୁଖୀ ଯୋଜନା ସଂପର୍କରେ ଅବଗତ କରାଇ ଭୋଟ ଭିକ୍ଷା କରିଛନ୍ତି । ରୀତାଙ୍କ ପାଇଁ ପ୍ରଚାର କରିବାକୁ ଦଳର ନେତାମାନେ ବିଜେପୁରରେ ଡେରା ଜମାଇଲେଣି। ସେହିପରି ବିଜେପି ପ୍ରାର୍ଥୀ ସନତ ଗଡ଼ତିଆ ବି ଫୁଲ୍‌ ଦମରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ବିଜେପୁରର ଜାରିଂରେ ପ୍ରଥମେ ମନ୍ଦିରରେ ପୂଜାର୍ଚ୍ଚନା ପରେ ଘରକୁ ଘର ବୁଲି ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ବିଜେପିର ବିକାଶ ଧାରା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକପ୍ରିୟତା ଦଳକୁ ସଫଳତା ହେବ ବୋଲି ସେ ଆଶା ରଖିଛନ୍ତି। ସନତଙ୍କ ପ୍ରଚାର ପାଇଁ ଦଳର ହେଭିୱେଟ ନେତା ପ୍ରଚାର କରିବେ ବୋଲି ସ୍ଥିର ହୋଇଛି। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ମଧ୍ୟ ଦଳର ପୂର୍ବ ପ୍ରଦର୍ଶନକୁ ଭୁଲି ପୁଣି କ୍ଷମତାକୁ ଆସିବାକୁ ପ୍ରଚାର ଆରମ୍ଭ କରିଛନ୍ତି।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

13 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

23 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

57 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago