Below header

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ନବୀନ କାର୍ଡର ଶୁଭାରମ୍ଭ, ଉପକୃତ ହେବେ ଓଡ଼ିଶାର ୯୦% ଲୋକ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ନବୀନ କାର୍ଡର ଶୁଭାରମ୍ଭ । ରାଜ୍ୟର ୯୦% ଲୋକ ଉପକୃତ ହେବେ । ଅର୍ଥ ଅଭାବରୁ ରାଜ୍ୟରେ କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ନବୀନ କାର୍ଡର ଶୁଭାରମ୍ଭ । ରାଜ୍ୟର ୯୦% ଲୋକ ଉପକୃତ ହେବେ । ଅର୍ଥ ଅଭାବରୁ ରାଜ୍ୟରେ କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକଙ୍କୁ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ମିଳୁଛି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।

ଏବେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତାଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବେ। ଯାହାକିଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ । ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ । BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରବସ୍ଥାରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ ପାଣ୍ଠିରୁ ବହନ କରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.