ରାଜ୍ୟ

ଆଜି ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ, ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ହେଉଛି ପାଳନ

ଭୁବନେଶ୍ବର: ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ ହେଉଛି ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ । ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି । ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି । ଏହାସହ ପ୍ରବାଦ ପୁରୁଷଙ୍କ ଦେଶ ଏବଂ ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୂର୍ଣ୍ଣ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ ।

ଦୀର୍ଘ ଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ କାର୍ଯ୍ୟ ଜାରି ରହିଛି । ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ୱାସ୍ଥ୍ୟଗତ ସମସ୍ୟାରେ ନପଡନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ବିଜେଡି ସଭାପତି ସବୁ କର୍ମୀ, ନେତା ଓ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସଫଳତାର ସହ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉତ୍ସର୍ଗୀକୃତ ମନୋଭାବକୁ ସବୁଦିନ ମନେ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ କୌଣସି ପରିସ୍ଥିତିରେ ପଦାକୁ ନବାହାରି ଘର ଭିତରେ ରହି ଶ୍ରଦ୍ଧାଞ୍ଜଳି ଦେବାକୁ କୁହାଯାଇଛି ।

KNews Bureau

Recent Posts

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

2 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

2 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

2 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

3 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

3 hours ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

5 hours ago