ରାଜ୍ୟ

କିସ ବିଶ୍ୱବିଦ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ପାଳିତ

କେନ୍ୟୁଜ୍(ବ୍ୟୁରୋ):କିସ ବିଶ୍ୱବିଦ୍ୟାଳୟ ପରିସରରେ ବିଜୁ ପଟ୍ଟନାୟକ ରିସର୍ଚ୍ଚ ଚେୟାର ତରଫରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି । ପ୍ରଥମେ ପ୍ରଦୀପ ପ୍ରଜ୍ୱଳନ କରି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ପରେ ପରେ ବିଜୁ ପଟ୍ଟନାୟକ ସ୍ମୃତି ଉଦ୍ଦେଶ୍ୟରେ ସଙ୍ଗୀତ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ନାଲକୋର କର୍ପୋରେଟ କମୁନିକେସନର ଜେନେରାଲ ମ୍ୟାନେଜର ଆଶୁତୋଷ ରଥ, jsw ର corporate social responsibility and corporate relations ର ମୁଖ୍ୟ ପ୍ରଶାନ୍ତ ବିଶ୍ୱାଳ ଯୋଗ ଦେଇଥିଲେ।

ଆଜିର କାର୍ଯ୍ୟକ୍ରମର ଆଲୋଚନାର ବିଷୟବସ୍ତୁ ଥିଲା Entrepreneurship, Equity and development । ଉପସ୍ଥିତ ଅତିଥିମାନେ ନିଜର ଗୁରୁତ୍ୱପୂର୍ଣ୍ଣ ମତ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ମଧ୍ୟ ବହୁ ଆଲୋଚନା ହୋଇଥିଲା। କିସ ବିଶ୍ୱବିଦ୍ୟାଳୟର ଭାଇସ ଚାନ୍‌ସଲର ପ୍ରଫେସର ଦୀପକ କୁମାର ବେହେରା, ବିଜୁ ପଟ୍ଟନାୟକ ରିସର୍ଚ୍ଚ ଚେୟାରର ଚେୟାର ପ୍ରଫେସର, ପ୍ରଫେସର ଯୁଗଳ କେ. ମିଶ୍ର, କିସର ରେଜିଷ୍ଟାର ଡକ୍ଟର ପ୍ରଶାନ୍ତ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

16 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

31 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

43 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

44 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago