ଟିଟିଲାଗଡରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ସାଢେ ୪ ଲକ୍ଷ ପରିବାର

ବଲାଙ୍ଗିର (କେନ୍ୟୁଜ): ଟିଟିଲାଗଡ଼ରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ । ବଲାଙ୍ଗିର ଗସ୍ତରେ ଯାଇ BSKY ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ କାର୍ଯ୍ୟ କରୁଛି ।

ବଲାଙ୍ଗିର ଜିଲ୍ଲାର ସାଢ଼େ ୪ ଲକ୍ଷ ଲୋକ ସ୍ମାର୍ଟକାର୍ଡରେ ଉପକୃତ ହେବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ରହିଛି । ମାଆମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା । ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଗାଁ ହେଉ କି ସହର ସବୁ ଲୋକଙ୍କ ଜୀବନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ । ଖୁବଶୀଘ୍ର ଟିଟିଲାଗଡ଼ ଓ ସଇଁତଳା ପାଇଁ ପାଇପ୍‌ ଓ୍ଵାଟର କାମ ଆରମ୍ଭ ହେବ । ଟିଟିଲାଗଡ଼ ପରେ ପାଟଣାଗଡ଼ ଓ ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ । ପାଟଣାଗଡ଼ରେ ହରିଶଙ୍କର ମନ୍ଦିରର ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.