Below header

ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବବାହିନୀ

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବବାହିନୀ ପାଇଁ ଅର୍ଥବ୍ୟବସ୍ଥା ନାହିଁ, ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ବାର୍ଥପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବବାହିନୀ ଦ୍ବାରା ବର୍ତ୍ତମାନ କରାଯାଉନାହିଁ ।

ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ, ତେଣୁ ଖର୍ଚ୍ଚର କୌଣସି ଅବକାଶ ନାହିଁ  ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାୟକ ଭବାନୀ ଭୋଇଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ସେ ଏହା କହିଛନ୍ତି। ସୂଚନାଥାଉକି, ଗତ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବିଜୁ ଯୁବବାହିନୀ ନାଆଁରେ ଏକ ସଂଗଠନ ଖୋଲିଥିଲେ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.