କେନ୍ଦୁଝର : ଖଜୁରୀଆଣି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

କେନ୍ଦୁଝର(କେନ୍ୟୁଜ୍‌): କେନ୍ଦୁଝର ଜିଲ୍ଲା ଖଜୁରୀଆଣି ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅବସ୍ଥାରେ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଜଣାଯାଇଛି ।

ସୂଚନାନୁଯାୟୀ, କେନ୍ଦୁଝର ଜିଲ୍ଲା ଢ଼େଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ରାଜପଥ ଖଜୁରୀଆଣି ନିକଟରେ ଏକ ବାର ଚକିଆ ଆଇରନ୍‌ ବୋଝେଇ ଟ୍ରକ ଏକ ମୋପେଡ୍‌କୁ ପଛପଟରୁ ଧକ୍କା ଦେଇଛି । ଫଳରେ ମୋପେଡରେ ବସିଥିବା ୩ ଜଣଙ୍କର ମଧ୍ୟରୁ ଦୁର୍ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।

ଗୁରୁତର ୨ ଜଣଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ତେବେ ୩ ଜଣଙ୍କର ପରିଚୟ ମିଳିନାହିଁ । ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.