କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ନିର୍ମଳଝର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। କାର ସହ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ମୋଟର ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକମାନେ ଖଲ୍ଲିକୋଟ ଥାନା ଭରଷା ଗାଁର ଆଲୋକ ଗୌଡ଼ ଓ ନିରାକାର ଗୌଡ଼ । ଉଭୟ ଏକ ମୋଟର ସାଇକେଲରେ ମୁକୁନ୍ଦପୁରରୁ ଭରଷାକୁ ଫେରୁଥିବା ବେଳେ ବିପରୀତ ପଟୁ ଆସୁଥିବା ଏକ କାର ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ଖଲ୍ଲିକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.