ରାଜ୍ୟ

ବାଇକ ଉପରେ ମାଡିଗଲା ଟ୍ରକ: ଜଣେ ମୃତ, ଅନ୍ୟଜଣେ ଗୁରୁତର

ଯାଜପୁର (କେନ୍ୟୁଜ): ବାଇକ ଉପରେ ମାଡିଗଲା ଟ୍ରକ। ଜଣେ ମୃତ, ଅନ୍ୟଜଣେ ଗୁରୁତର। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ଟ୍ରାଫିକ ଛକ ଉପରେ। ମୃତ ବ୍ୟକ୍ତି ଜଣକ କୁଆଖିଆ ଥାନା ମଧୁବନ ମିର୍ଜାପୁର ଅଞ୍ଚଳର ବୋଲି ସୂଚନା ମିଳିଛି।

ସୂଚନ ମୁତାବକ ଆଜି ସକାଳୁ ବାଇକ ଆରୋହୀ ଦୁହେଁ କଟକ ଅଭିମୁଖେ ଯାଉଥିବା ବେଳେ ଚଣ୍ଡିଖୋଲ ଟ୍ରାଫିକ ଛକରେ ଥିବା ହମ୍ପସ ଅତିକ୍ରମ କରୁଥିବା ସମୟରେ ଭାରସାମ୍ୟ ହରାଇ ତଳେ ପଡିଯାଇଥିଲେ। ଏହି ସମୟରେ ଏକ ଟ୍ରକ ତାଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିଲେ। ଆହତଙ୍କୁ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ଉଦ୍ଧାର କରି ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଦୁର୍ଘଟଣା ପରେ ଗାଡ଼ି ଚଳାଚଳ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ଚଣ୍ଡିଖୋଲ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି।

Barsha

Recent Posts

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

10 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

18 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

44 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

57 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago