ନୟାଗଡ଼ (କେନ୍ୟୁଜ): ଦ୍ରୁତ ଗତି ହେଲା ମହାବିପତ୍ତି । ବାଇକ ଚଳାଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକୁ ଖସିଲେ ଚାଳକ। ଉଦ୍ଧାର ପରେ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ -ବାଣପୁର ମହାନଦୀ ମାଳବନ୍ଧ ରାସ୍ତାରେ ବାଇକ ଦୁର୍ଘଟଣାରେ ଜଣେ ମୃତ । ମୃତକ ଜଣକ ହେଲେ ଖଣ୍ଡପଡା ଥାନା ବଡ଼ ବାଣପୁର ଗ୍ରାମର ମହାଦେବ ସାହିର ଧର୍ମେନ୍ଦ୍ର ସାହୁ ।
ଧର୍ମେନ୍ଦ୍ର ଦ୍ରୁତ ଗତିରେ ଏକ ବାଇକ ଯୋଗେ ମାଳବନ୍ଧ ରାସ୍ତା ଦେଇ କଣ୍ଟିଲୋ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇ ରାସ୍ତା ତଳକୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ଦ୍ୱାରା ତାଙ୍କୁ ଉଦ୍ଧାର କରାଯାଇ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ଗାଁରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…