ରାଜ୍ୟ

କେନ୍ଦୁଝର: ବାଇକକୁ ପିଟି ଓଲଟି ପଡିଲା କାର, ଘଟଣା ସ୍ଥଳରେ ଜଣକର ମୃତ୍ୟୁ

ଆନନ୍ଦପୁର(କେନ୍ୟୁଜ୍):  ବାଇକ୍ ପଛକୁ ଧକ୍କା ଦେଲା କାର। ଦୁର୍ଘଟଣା ସ୍ଥଳରେ ବାଇକ୍ ଆରୋହୀ ମୃତ। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ କେନ୍ଦୁଝର ପଟୁ ଦ୍ରୃତ ଗତିରେ ଆସୁଥିବା ଏକ କାର ଗୋଟିଏ ବାଇକକୁ ପଛ ପଟୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟି ପଡିଥିଲା।

ସ୍ଥାନୀୟ ଲୋକେ ବାଇକ ଆରୋହୀଙ୍କୁ ଉଦ୍ଧାର କରି  ସ୍ଥାନୀୟ ସାଇଁକୁଳ ଗୋଷ୍ଠି ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରିବା ପରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକ ଜଣକ ସ୍ଥାନୀୟ ରାମଚନ୍ଦ୍ରପୁର ଥାନା ଉଜୁଣି ଗ୍ରାମର ସୁବ୍ରତ ରାଉତ ବୋଲି ଜଣାପଡିଛି। ଖବର ପାଇ ରାମଚନ୍ଦ୍ରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାର ଏବଂ ବାଇକକୁ ନିଜ ହେପାଜତକୁ ନେଇ ତଦନ୍ତ ଜାରି ରଖିଛି।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

2 hours ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

4 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

6 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

6 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

6 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

7 hours ago