ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ : ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ଦାନ୍ତୁଆଣି ଛକ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ ।ଦୁର୍ଘଟଣାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି ।

ଆନନ୍ଦପୁର (କେନ୍ୟୁଜ):  ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ । ଦୁର୍ଘଟଣାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ଦାନ୍ତୁଆଣି ଛକ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନା ଅନୁସାରେ ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଦାନ୍ତୁଆଣି ଛକ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଘଟଣା ସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବାବେଳେ ସ୍ୱାମୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ସ୍ୱାମୀଙ୍କୁ ଆନନ୍ଦପୁର ଡାକ୍ତରଖାନା ଭର୍ତ୍ତି କରାଯାଇଛି । ସ୍ଥାନୀୟ ଦାନ୍ତୁଆଣି ଗ୍ରାମର ଲକ୍ଷ୍ମଣ ଟୁଡୁ ଓ ତାଙ୍କ ସ୍ତ୍ରୀ ମେନକା ବାଇକ୍‌ ଯୋଗେ ଯାଉଥିବା ସମୟରେ ହଠାତ ରାସ୍ତାଉପରକୁ ଏକ ଗାଇ ଚାଲିଆସିବାରୁ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଖବର ପାଇ ଘଷିପୁରା ପୋଲିସ୍‌ ମୃତଦେହ ଉଦ୍ଧାର କରି ବ୍ଯବଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିବା ସହିତ ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.